ପାଗଳ କୁକୁର କାମୁଡ଼ାରେ ୧୬ ଆହତ l

Spread the love

ପାଗଳ କୁକୁର କାମୁଡ଼ାରେ ୧୬ ଆହତ

ବୋରିଗୁମ୍ମା : କୋରାପୁଟ ଜିଲ୍ଲା ବୋରିଗୁମ୍ମାରେ ପାଗଳ କୁକୁର ଆତଙ୍କ। କୁକୁର କାମୁଡ଼ାରେ ୧୬ ଜଣ ଆହତ ହୋଇଛନ୍ତି। ଫଳରେ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ସୂଚନାନୁଯାୟୀ, ବୋରିଗୁମ୍ମା ଅଞ୍ଚଳରେ ଗତ ଦୁଇ ଦିନ ଧରି ଏକ ପାଗଳ କୁକୁର ଆତଙ୍କ ଖେଳାଇଛି। ଲୋକଙ୍କୁ କାମୁଡି ଖଣ୍ଡିଆ ଖାବରା କରିଦେଉଛି। ଆଖି ପିଛୁଳାକେ ଲୋକଙ୍କୁ କାମୁଡି ଅନ୍ୟଆଡେ ଚାଲିଯାଉଛି। ଦୁଇ ଦିନ ମଧ୍ୟରେ ପାଖାପାଖି ୧୬ ଜଣଙ୍କୁ କାମୁଡ଼ିଥିବା ସୂଚନା ମିଳିଛି। ଫଳରେ ବୋରିଗୁମ୍ମା ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ତେବେ ଏନେଇ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଏନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି।

  • Related Posts

    ଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧା

    Spread the love

    Spread the loveଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧ ଜୟପୁର ୧୩/୮  ଜୟପୁର ସହରର ମେନରୋଡ଼ କିମ୍ବା ଅନ୍ୟାନ୍ୟ ପଥଧାରରେ ପରିବା ବିକ୍ରି କରୁଥିବା ଅନେକ ଆଦିବାସୀ ନାରୀମାନେ ପ୍ରକୃତରେ ଗାଁରେ ଚାଷିତ…

    କେନ୍ଦୁପତ୍ର ଟ୍ରକ୍ ଯୋଗୁଁ କୋଲାବ ବ୍ରିଜ୍‌ରେ ଟ୍ରାଫିକ୍ ସମସ୍ୟା

    Spread the love

    Spread the loveଜୟପୁର/ବୈପାରିଗୁଡ଼ା, ୪/୮ କେନ୍ଦୁପତ୍ର ବୋଝେଇ ଟ୍ରକ୍ ଯୋଗୁଁ ବୈପାରିଗୁଡ଼ା ଅଞ୍ଚଳର କୋଟା ଛକ ନିକଟସ୍ଥ ସ୍ବଲପୁର କୋଲାବ ବ୍ରିଜ୍‌ରେ ଦୈନିକ ଟ୍ରାଫିକ୍ ସମସ୍ୟା ଜନ୍ମ ନେଉଛି। ଅଭିଯୋଗ ଅନୁଯାୟୀ, ମାଲକାନଗିରି ଜିଲ୍ଲାରୁ ଆସୁଥିବା ଏହି ଟ୍ରକ୍‌ଗୁଡିକ ନିୟମ ଉଲ୍ଲଂଘନ…

    Leave a Reply

    Your email address will not be published. Required fields are marked *