ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରି ବାଜପେୟୀଙ୍କ ଜନ୍ମଦିନ ପାଳନ ଅବସରରେ ସୁଶାସନ ଦିବସ ଅନୁଷ୍ଠିତ ହୋଇଯ଼ାଇଛି l

Spread the love

ଯୁଗଜନ୍ମାଙ୍କ ଆଦର୍ଶରେ ଅନୁପ୍ରାଣିତ ହୁଅ: ମନ୍ତ୍ରୀକୋରାପୁଟ: ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରି ବାଜପେୟୀଙ୍କ ଜନ୍ମଦିନ ପାଳନ ଅବସରରେ ସୁଶାସନ ଦିବସ, ସ୍ଥାନୀୟ ଦକ୍ଷତା ବିକାଶ କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯ଼ାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତଥା ଅନୁସୁଚିତ ଜାତି, ଜନଜାତି ଏବଂ ସଂଖ୍ୟାଲଘୁ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଆଦର୍ଶ, ଜୀବନୀ ଆଦିର ସ୍ମୃତି ରୋମନ୍ଥନ କରିଥିଲେ।
ସମ୍ମାନିତ ଅତିଥି ଭାବେ କୋରାପୁଟ ବିଧାୟକ କୋରାପୁଟ ରଘୁରାମ ମାଛ ,ଅନ୍ୟତମ ଅତିଥି ଭାବେ କୋରାପୁଟ ଜିଲ୍ଲାପାଳ ଭି. କୀର୍ତ୍ତି ୱାସନ, କୋରାପୁଟପୌରପାଳିକା ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ଅତିରିକ୍ତ ଜିଲ୍ଲାପାଳ ଆଲୋମଣି ସେଠୀ, ଉପଜିଲ୍ଲାପାଳ ବେଣୁଧର ଶବର ଯୋଗ ଦେଇଥିଲେ।
ଏହି ଅବସରରେ ୬ ଜଣ ଭିନ୍ନକ୍ଷମ ଏବଂ ବରିଷ୍ଠ ନାଗରିକଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରାଯାଇଥିଲା। ଭିନ୍ନକ୍ଷମ ପିତାମାତାଙ୍କ ସନ୍ତାନ ସନ୍ତତିଙ୍କ ପାଇଁ ଉଚ୍ଚଶିକ୍ଷା ଅନ୍ତର୍ଗତ ଯୋଜନାରେ ଜୟପୁରର ସୁଶ୍ରୀ କେ. ହ୍ରିତିକାଙ୍କୁ ୫୦ହଜାର ଟଙ୍କା ପ୍ରତ୍ସାହନ ଅର୍ଥରାଶି ପ୍ରଦାନ କରାଯାଇଥିଲା। ଏହା ସହିତ, ଲମତାପୁଟ ଏବଂ ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ବନମାଳିପୁଟ, ତୁସୁବା, ଚିପାକୁର, ଓ ଦଣ୍ଡାବାଡି ଗ୍ରାମ ପଞ୍ଚାୟତର ୧୨ଜଣ ହିତାଧିକାରୀଙ୍କୁ ଜଙ୍ଗଲଜମି ପଟ୍ଟା ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଅନ୍ତର୍ଗତ ଜନଜାତି ଯୁବାଲଘୁ ଉଦ୍ୟୋଗୀ ଯୋଜନାରେ ସେମଳିଗୁଡା ଏବଂ ନନ୍ଦପୁର ତହସିଲ ଅନ୍ତର୍ଗତ ପିତାଗୁଡା, ରାଜପଲମା, ପରଜାମୁଠାଇ, ଚାରାଙ୍ଗୁଲ, ବିଲାପୁଟ, ନନ୍ଦକା, ପାନ୍ଥଲୁଙ୍ଗ ଏବଂ ଗଲୁରୁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ୧୦ ହିତାଧିକାରୀଙ୍କୁ ଏକ ଲକ୍ଷ ଟଙ୍କା ଲେଖାଏଁ ଚେକ୍ ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚ଼ନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ ଶିସା, ସତ୍ୟ ନାରାୟଣ ପ୍ରଧାନ ଏବଂ ଜିଲ୍ଲା ପ୍ରଶାସନର କର୍ମଚାରୀ ପରିଚାଳାନା କରିଥିଲେ। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପ ନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରା, ଡିଏଫଓ କେଭି ଭାସ୍କର ରାଓ, ଜିଲ୍ଲା ଅବକାରୀ ଅଧିକ୍ଷକ ଅରୁଣ କୁମାର ପାଢ଼ୀ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି, ଜିଲ୍ଲା ମଙ୍ଗଳ ଅଧିକାରୀ ସୁନିଲ କୁମାର ତାଣ୍ଡିଙ୍କ ସହ ବହୁ ଜିଲ୍ଲାସ୍ତରୀୟ ଅଧିକାରୀ ଆଦି ଭାଗ ନେଇଥିଲେ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *