କୋରାପୁଟରେ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

Spread the love

କୋରାପୁଟରେ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

କୋରାପୁଟ ସଦର ମହକୁମାରେ ସମ୍ବିଧାନ ପ୍ରଣେତା ଡ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାପିତ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା,ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ପୂର୍ବତନ ବିଧାୟକ ନିମାଇଁ ସରକାର,ବିଜେପି ଜିଲ୍ଲା ସଭାପତି ଶିବ ମୁଦୁଲି, ସାଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ,ସମାଜସେବୀ ରୂପକ ତୁରୁକ, କାମାକ୍ଷା ପ୍ରସାଦ ମାଝୀ ପ୍ରମୁଖଙ୍କ ସହ ଅନ୍ୟ ବ୍ୟକ୍ତି ବିଶେଷ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।ଏହି ଅବସରରେ ଆୟୋଜିତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ସନ୍ତୋଷ କୁମାର ସେଠି ଓ ଅଲିଭା କୁମାର ବେହେରା ଯୋଗଦେଇ ପରିଚାଳନା କରିଥିଲେ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *