ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭୁବନେଶ୍ବରର ସାମ୍ୱାଦିକଗଣ

Spread the love

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭୁବନେଶ୍ବରର ସାମ୍ୱାଦିକଗଣ

ଭୁବନେଶ୍ୱର : ଭୁବନେଶ୍ବରର ବିଭିନ୍ନ ସରକାରୀ ସ୍ୱୀକୃତିପ୍ରାପ୍ତ ସାମ୍ୱାଦିକଗଣ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରଥଯାତ୍ରା ସମୟରେ ସେମାନେ ସମ୍ମୁଖୀନ ହୋଇଥିବା ବିଭିନ୍ନ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।
ସୂଚନାଯୋଗ୍ୟ ଯେ, ପ୍ରତିବର୍ଷ ଭୁବନେଶ୍ବରର ସ୍ୱୀକୃତିପ୍ରାପ୍ତ ସାମ୍ୱାଦିକମାନଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପୁରୀକୁ ନିଆଯାଇ  ରଥଯାତ୍ରାର ରିପୋର୍ଟିଙ୍ଗ ପାଇଁ ବ୍ୟବସ୍ଥା କରାଯାଇଥାଏ । ତେବେ ଏ ବର୍ଷ ପୁରୀ ଠାରେ ସାମ୍ୱାଦିକମାେନ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ ଏକ ମେମୋରେଣ୍ଡମ୍‍ ଦେଇଥିଲେ ।
ଏ ସମ୍ପର୍କରେ ବିଚାର ଆଲୋଚନା କରି ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ସାମ୍ୱାଦିକମାନଙ୍କୁ କହିଥିଲେ, ଏହି ଆଲୋଚନାରେ ବରିଷ୍ଠ ସାମ୍ୱାଦିକ ଶ୍ରୀ ସନତ ମିଶ୍ର, ପ୍ରଦ୍ୟୁମ୍ନ କୁମାର ମହାନ୍ତି, ଭାଗବତ ତ୍ରିପାଠୀ, ପବିତ୍ର ମୋହନ ସାମନ୍ତରାୟ, ପାର୍ଥ ସାରଥୀ ଜେନା, କିଶୋର ମଙ୍ଗରାଜ, ଦେବକାନ୍ତ ମହାପାତ୍ର, ସ୍ୱରୂପ କୁମାର ମହାନ୍ତି, ଗଜେନ୍ଦ୍ରନାଥ ବେହେରା, ସନାତନ ଦଳବେହେରା, ସୁବୋଧ କାନୁନଗୋ, ସୂର୍ଯ୍ୟକାନ୍ତି ନାୟକ, ଏବଂ ସ୍ୱଦେଶ ଦାଶ, ଦେବପ୍ରସାଦ ମହାନ୍ତି  ପ୍ରମୁଖ ଉପସ୍ଥିତ ଥିଲେ,

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *