ନବରଙ୍ଗପୁରରେ ସାମାଜିକ ସୁରକ୍ଷା ସାହାଯ୍ୟ ପ୍ରଦାନ କାର୍ଯ୍ୟକ୍ରମ

Spread the love

ନବରଙ୍ଗପୁର,୨୦/୭ ନବରଙ୍ଗପୁର ସହର ସ୍ଥିତ ସାଇ କଲ୍ୟାଣମଣ୍ଡପରେ ଏକ ବିଶେଷ କାର୍ଯ୍ୟକ୍ରମରେ ପଞ୍ଚାୟତରାଜ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାୟକ ୨୨ ଜଣ ହିତାଧିକାରୀଙ୍କୁ ସାମାଜିକ ସୁରକ୍ଷା ସହାୟତା ପ୍ରଦାନ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ୨୦ ଜଣଙ୍କୁ ଶ୍ରବଣ ଯନ୍ତ୍ର ଓ ୨ ଜଣ କିନ୍ନରଙ୍କୁ ପ୍ରମାଣପତ୍ର ଦିଆଯାଇଛି। ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁଧାଂଶୁ ପାତ୍ର, ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ବିଧାୟକ ଶ୍ରୀ ଗୌରିଶଙ୍କର ମାଝୀ, ଝରୀଗାଁ ବିଧାୟକ ଶ୍ରୀ ନରସିଂହ ଭତରା, ଜିଲ୍ଲାପାଳ ଶ୍ରୀ ଶୁଭଙ୍କର ମହାପାତ୍ର, ଉନ୍ନୟନ ଅଧିକାରୀ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ପୌରପାଳିକା ଅଧ୍ୟକ୍ଷ ଶ୍ରୀ କୁନୁ ନାୟକ, ଏବଂ କିନ୍ନର ସଂଘ ସଭାପତି ଶ୍ରୀ ମନୋଜ ପଟ୍ଟନାୟକ ଏହି ଅବସରରେ ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣ ମଧ୍ୟରେ ସାମାଜିକ ସୁରକ୍ଷା ବାବଦରେ ସଚେତନତା ବୃଦ୍ଧି ପାଇଛି ବୋଲି ଅଧିକାରୀମାନେ କହିଛନ୍ତି।

Related Posts

ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

Spread the love

Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

Spread the love

Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

Leave a Reply

Your email address will not be published. Required fields are marked *