୬୬୨ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ତରଫରୁ ଦାବିପତ୍ର ପ୍ରଦାନ

Spread the love

ନବରଙ୍ଗପୁର, ୬/୮ ନିଖିଳ ଓଡିଶା ୬୬୨ ବର୍ଗ (+2 ଓ +3) ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ, ନବରଙ୍ଗପୁର ଜିଲ୍ଲା ଶାଖା ତରଫରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସମ୍ବୋଧିତ ସ୍ମାରକ ପତ୍ର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ବିଶ୍ୱଜିତ ବର୍ମନଙ୍କ ମାଧ୍ୟମରେ ପ୍ରଦାନ କରାଯାଇଛି।
ଏହି ଅବସରରେ ଜିଲ୍ଲାର ଅନେକ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟରତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଏକତ୍ରିତ ହୋଇ ଶାନ୍ତିପୂର୍ଣ୍ଣ ଭାବେ ଏହି ଦାବିପତ୍ର ପ୍ରଦାନ କରିଥିଲେ। ସେମାନଙ୍କ ମୁଖ୍ୟ ଦାବି ଥିଲା ଚାକିରି ସର୍ତ୍ତବଳୀ ଓ ପେନସନ ସୁବିଧା ଦେବାକୁ ସରକାର ଦ୍ୱାରା ଚଉକସ ପଦକ୍ଷେପ ଗ୍ରହଣ।
କାର୍ଯ୍ୟକ୍ରମରେ ଜିଲ୍ଲା ସମ୍ପାଦକ ଶ୍ରୀ ଶିବ ପ୍ରସାଦ ପଟନାୟକ, ଜିଲ୍ଲା ସଂଯୋଜକ ଅନିଲ କୁମାର ପୃଷ୍ଟି ସହ ଅନେକ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷ, ଅଧ୍ୟାପକ ଓ କର୍ମଚାରୀ ଯୋଗ ଦେଇଥିଲେ। ବିଶେଷତଃ ପାନାବେଡା, ଚନ୍ଦାହାଣ୍ଡି, କୋଡ଼ିଙ୍ଗା, ଝରୀଗାଁ, ରାଇଘର, ନବରଙ୍ଗପୁର ଓ ଉମରକୋଟ ଅଞ୍ଚଳର ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।
ଏହି ସଂଘ ତରଫରୁ ଘୋଷଣା କରାଯାଇଛି ଯେ ଆସନ୍ତା ୧୬ ଅଗଷ୍ଟ ରେ ରାଜ୍ୟ ସ୍ତରୀୟ ସମାବେଶରେ ସମସ୍ତ ଜିଲ୍ଲା ସଦସ୍ୟ ଯୋଗଦେଇ ନ୍ୟାୟଯୋଗ୍ୟ ଦାବି ଉପରେ ଦବାବ ବୃଦ୍ଧି କରିବେ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *