ମୁଖ୍ୟମନ୍ତ୍ରୀଙ୍କ କରକମଳରେ କୋରାପୁଟ ଜିଲ୍ଲାରେ ସମୁଦାୟ ୭୬୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ

Spread the love

୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

କୋରାପୁଟ/ଜୟପୁର ୯ ଅଗଷ୍ଟ ୨୦୨୫

“ସୁଭଦ୍ରା ଯୋଜନା” ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ସଫଳ ହୋଇଛି। ଏହା ସେମାନଙ୍କର ପରିବାରକୁ ଆର୍ଥିକ ଶକ୍ତି ଦେବା ସହିତ ସେମାନଙ୍କୁ  ଉଦ୍ୟମୀ ମହିଳା ଭାବେ ଗଢି ତୋଳିବାରେ ବଳ ଯୋଗାଇଛି ବୋଲି ଆଜି କୋରାପୁଟ ଜିଲ୍ଲାର  ଜୟପୁର ଠାରେ ଓଡ଼ିଶାର ସର୍ବବୃହତ ମହିଳା ସଶକ୍ତିକରଣ ଯୋଜନା “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ, କୋରାପୁଟ ଜିଲ୍ଲାରେ, ୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ୪୩୬ ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହିତ ୩୦୯.୪୨ କୋଟି ଟଙ୍କା ମୂଲ୍ୟର ୧୨୬ ଟି ନୂତନ ପ୍ରକଳ୍ପର ଶୁଭ ଉଦଘାଟନ କରିଥିଲେ।

ସୂଚନା ଯୋଗ୍ୟ, ଆଜି ମୁଖ୍ୟମନ୍ତ୍ରୀଙ୍କ କରକମଳରେ କୋରାପୁଟ ଜିଲ୍ଲାରେ ୭୬୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଏଥିରେ ଶିକ୍ଷା, ସ୍ୱାସ୍ଥ୍ୟ, ସେତୁ, ସଡକ, ପର୍ଯ୍ୟଟନ ଭଳି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉନ୍ନୟନମୂଳକ ପ୍ରକଳ୍ପ ରହିଛି । ଏହି ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ ହେଲେ ଜିଲ୍ଲାର ବିକାଶ ଆହୁରି ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏଥିସହିତ ଖୁବ ଶୀଘ୍ର ଜୟପୁର ରୁ ଭୁବନେଶ୍ୱର, ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହା ମଧ୍ଯ ଘୋଷଣା କରିଛନ୍ତି ଯେ, ଜୟପୁର ସ୍ଥିତ ପେପର ମିଲ ପୁନର୍ବାର ଚାଲୁ ହେବ ଓ ଜୟପୁର ଠାରେ ଏକ ନୂତନ କଲେଜ ସ୍ଥାପନ ହେବ।


ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ଆର୍ଥିକ ଅଭାବରୁ ଯେଉଁ ମା’ ମାନେ ନିଜ ସ୍ୱପ୍ନକୁ ଛାଡ଼ିବାକୁ ବାଧ୍ୟ ହେଉଛନ୍ତି, ସେମାନଙ୍କ ପାଇଁ ଆଶାର କିରଣ ସାଜିଛି ‘ସୁଭଦ୍ରା’। ସରକାରଙ୍କ ଲକ୍ଷ୍ୟ ସେହି ସମସ୍ତ ମହିଳାଙ୍କୁ ସଶକ୍ତ କରି ଆତ୍ମନିର୍ଭର କରିବା ଓ ଆତ୍ମନିର୍ଭର ଭାରତ ଗଢିବାରେ ସାମିଲ ହେବା। ଏହି ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ମା’ ମାନେ ନିଜ ନିଜ ଛୋଟ ବଡ ବ୍ୟବସାୟ ଆରମ୍ଭ କରିପାରିଛନ୍ତି, ଆଉ କିଛି ଅଧିକ ପୁଞ୍ଜି ବିନିଯୋଗ କରି ନିଜ ନିଜର କ୍ଷୁଦ୍ର ବ୍ୟବସାୟକୁ ବୃଦ୍ଧି କରିଛନ୍ତି।  

ଆମ ସରକାର ନିଜର ଆନ୍ତରିକ ପ୍ରଚେଷ୍ଟାରେ କୋଟିଆ ଗ୍ରାମ ପଞ୍ଚାୟତ ରେ ବସବାସ କରୁଥିବା ମହିଳା ମାନଙ୍କୁ ସଫଳ ଭାବେ ‘ସୁଭଦ୍ରା’ ଯୋଜନା ସହ ଯୋଡି ପାରିଛନ୍ତି ।
କୋଟିଆ ଗ୍ରାମ ପଞ୍ଚାୟତରେ ମୋଟ ୨୦୭୮ଟି ଆବେଦନ ମଧ୍ୟରୁ ୧୭୯୭ ଜଣ ପ୍ରଥମ କିସ୍ତି ଓ ୧୭୯୫ ଜଣ ଦ୍ୱିତୀୟ କିସ୍ତି ଅର୍ଥ ରାଶି ପାଇଛନ୍ତି । ଆଜି ତୃତୀୟ କିସ୍ତି ବାବଦରେ କୋଟିଆର ୧୭୮୩ ଜଣ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଏହି ସହାୟତା ରାଶି ସିଧାସଳଖ ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେ, ଆମ ସରକାରଙ୍କ ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ସେମାନେ କେବଳ ଏକ ଭୋଟ ବ୍ଯାଙ୍କ ନୁହନ୍ତି। ପ୍ରାୟ ଦୁଇ ଦଶନ୍ଧି ଧରି ମହିଳା ସଶକ୍ତିକରଣ ନାଁ ରେ ରାଜ୍ୟର କୋଟି କୋଟି ମହିଳାଙ୍କୁ କେବଳ ରାଜନୈତିକ ପଶାପାଲିରେ ଗୋଟିଭାବେ ବ୍ୟବହାର କରାଯାଉଥିଲା। ଏହା ସମଗ୍ର ନାରୀ ସମାଜ ପାଇଁ ଅପମାନ। ଆମ ସରକାର ଆସିବାର ପ୍ରାୟ ଏକ ବର୍ଷ ମଧ୍ୟରେ ମହିଳା ସଶକ୍ତିକରଣକୁ ଏକ ନୂତନ ଦିଗନ୍ତ ଦେବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ଏହାର ଉଦାହରଣ ହେଉଛି, ‘ଲକ୍ଷପତି ଦିଦି’। ମାନନୀୟ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ପରିକଳ୍ପିତ ଏହି ସଶକ୍ତିକରଣ କାର୍ଯ୍ୟକ୍ରମରେ ଆଜି ପର୍ଯ୍ୟନ୍ତ ଆମ ଓଡ଼ିଶାରେ ପ୍ରାୟ ୧୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି ହୋଇଛନ୍ତି। ସୁଭଦ୍ରା ଯୋଜନା ଅଧିନରେ ଆମର ମା’ମାନଙ୍କୁ ସଶକ୍ତ କରିବା  ପାଇଁ ସୁଭଦ୍ରା ପ୍ଲସ, ଉଦ୍ୟୋଗୀ କରିବା ପାଇଁ ସୁଭଦ୍ରା ଶକ୍ତି ମେଳା କାର୍ଯ୍ୟକାରୀ କରାଯାଇଥିବା ବେଳେ କିଶୋରୀମାନଙ୍କ ପାଇଁ ସୁଭଦ୍ରା କିଶୋରୀ, ସଞ୍ଚୟ ପାଇଁ ସୁଭଦ୍ରା ସଞ୍ଚୟ, ସୁରକ୍ଷା ପାଇଁ ସୁଭଦ୍ରା ସୁରକ୍ଷା ଏବଂ ସାମୁହିକ ନେତୃତ୍ୱର ବିକାଶ ପାଇଁ ସୁଭଦ୍ରା ସଖୀ ଯୋଜନା କାର୍ଯ୍ୟକାରୀ କରାଯାଇଛି। 

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେଯେ କୋରାପୁଟର କୋଟିଆ ଗ୍ରାମ ପଞ୍ଚାୟତରେ ମୋଟ ୨୦୭୮ଟି ଆବେଦନ ମଧ୍ୟରୁ ୧୭୯୭ ଜଣ ପ୍ରଥମ କିସ୍ତି ଓ ୧୭୯୫ ଜଣ ଦ୍ୱିତୀୟ କିସ୍ତି ଅର୍ଥ ରାଶି ପାଇଛନ୍ତି । ଆଜି ତୃତୀୟ କିସ୍ତି ବାବଦରେ କୋଟିଆର ୧୭୮୩ ଜଣ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଏହି ସହାୟତା ରାଶି ସିଧାସଳଖ ପ୍ରଦାନ କରାଯାଇଛି। ଖୁସିର କଥା ଆମ ସରକାରଙ୍କ ଆନ୍ତରିକ ପ୍ରଚେଷ୍ଟାରେ କୋଟିଆ ଗ୍ରାମ ପଞ୍ଚାୟତର ମହିଳାମାନେ ମଧ୍ୟ ଆମ ସୁଭଦ୍ରା ଯୋଜନା ସହିତ ଯୋଡି ହୋଇଛନ୍ତି ।

ସୁଭଦ୍ରା ମାଧ୍ୟମରେ ଆମେ କେବଳ ଆର୍ଥିକ ସ୍ୱାଧୀନତା ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରୁନାହୁଁ ବରଂ ଶିକ୍ଷା, ଦକ୍ଷତା, ଏବଂ ରୋଜଗାରର ସୁଯୋଗ ମଧ୍ୟରେ ଥିବା ବ୍ୟବଧାନକୁ ମଧ୍ୟ ଦୂର କରୁଛୁ । ସୁଭଦ୍ରା ଯୋଜନାରେ ପ୍ରଦାନ କରାଯାଉଥିବା ସହାୟତାକୁ ପୁଞ୍ଜି ଭାବେ ବ୍ୟବହାର କରି ଆଜି ରାଜ୍ୟର ଲକ୍ଷ ଲକ୍ଷ ମା’ ଓ ଭଉଣୀମାନେ ଛୋଟ ବଡ ବ୍ୟବସାୟ ଆରମ୍ଭ କରି ନିଜ ପରିବାରର ଆର୍ଥିକ ସ୍ଥିତିକୁ ବଦଳାଇ ପାରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ନିଜ ଅଭିଭାଷଣରେ କହିଛନ୍ତି।

ଗୋଟିଏ ବର୍ଷ ତଳେ ମହିଳାଙ୍କ ଆଖିରେ ଯେଉଁ ବିଶ୍ୱାସ ଆମେ ଦେଖିଥିଲୁ, ସେ ବିଶ୍ୱାସ ଆଜି ଫଳପ୍ରଦ। ସରକାରଙ୍କ ଲକ୍ଷ୍ୟ ସେହି ସମସ୍ତ ମହିଳାଙ୍କୁ ସଶକ୍ତ କରି ଆତ୍ମନିର୍ଭର କରିବା । ଏହି ଯୋଜନା ମାଧ୍ୟମରେ ସରକାର ମହିଳାମାନଙ୍କ ଜୀବନର ଏକାଧିକ ଦିଗରୁ ଉନ୍ନତ କରିବାର ଲକ୍ଷ୍ୟ ରଖିଛନ୍ତି ଏବଂ  ଏହା ସେମାନଙ୍କ ସାମାଜିକ ଅବସ୍ଥାକୁ ମଜବୁତ କରିବା, ସଫଳତା ପାଇଁ ସାଧନ ଓ ସୁଯୋଗ ଆଦି ଯୋଗାଇବା ଦିଗରେ ସରକାରଙ୍କ ଦୃଢ ସଂକଳ୍ପକୁ  ପ୍ରତିପାଦନ କରୁଅଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏହି ଅବସରରେ କହିଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟମନ୍ତ୍ରୀଙ୍କ ହାତରେ ସୁଭଦ୍ରା ରାକ୍ଷୀ ବାନ୍ଧି ଏହି ସମାରୋହକୁ ପାରମ୍ପାରିକ ଭାବେ ଅନୁଷ୍ଠାନ କରିଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଏକ କୋଟି ମହିଳା ମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ଏଥି ସହିତ ମଞ୍ଚ ଉପରେ ସୁଭଦ୍ରା ଯୋଜନାରୁ ସଫଳତା ପାଇଥିବା ମହିଳାଙ୍କୁ ଓ ଏହି ଯୋଜନାକୁ ସଫଳ କରାଉଥିବା ମହିଳାଙ୍କୁ ସମ୍ମାନିତ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ, ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ, ଖଣି ଓ ଷ୍ଟିଲ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ନାୟକ, ନବରଙ୍ଗପୁର ସାଂସଦ, ଶ୍ରୀଯୁକ୍ତ ବଳଭଦ୍ର ମାଝି
ବିଧାୟକ ଶ୍ରୀଯୁକ୍ତ ରଘୁରାମ ମାଛ, ନରସିଂହ ମାଡକାମୀ, ଗୌରୀ ଶଙ୍କର ମାଝୀ, ମହିଳା ଓ  ଶିଶୁ ବିକାଶ ବିଭାଗ, ପ୍ରମୁଖ ଶାସନ ସଚିବ, ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ ଓ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ୍ ମହାଜନ ପ୍ରମୁଖ ମଂଚାସୀନ ଥିଲେ।

କାର୍ଯ୍ୟକ୍ରମରେ ଜୟପୁର ବିଧାୟକ ଶ୍ରୀଯୁକ୍ତ ତାରା ପ୍ରସାଦ ବାହିନୀପତି ସ୍ୱାଗତ ଭାଷଣ ଦେଇଥିବା ବେଳେ କୋଟପାଡ଼ ବିଧାୟକ ଶ୍ରୀଯୁକ୍ତ ରୁପୁ ଭତ୍ରା ଧନ୍ୟବାଦ ଦେଇଥିଲେ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *