ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

Spread the love

କୋରାପୁଟ,୧/୯/: ସ୍ଥାନୀୟ ସଦଭାବନା ସଭା ଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି।  ଜିଲ୍ଲାପାଳ  ମୋନଜ ସତ୍ୟବାନ ମହାଜନ ଏବଂ ଅରକ୍ଷୀ ଅଧିକ୍ଷକ ରୋହିତ ବର୍ମା ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ମୁଖ୍ୟତ ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଲୋକେ ଦାଖଲ କରିଥିଲେ ।

ଲାଇନ ବିଭାଗ ଅଧିକାରୀ ମାନେ  ଅଭିଯୋଗ ଗୁଡିକର ଯାଞ୍ଚ କରିବେ  ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜିର ଅଭିଯୋଗ ଶୁଣାଣି ଶିବିରରେ ମୋଟ ୫୧ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ  ୩୪ ଏବଂ ଗୋଷ୍ଠୀଗତ ୧୭ ଟି ଅଭିଯୋଗ ଆସିଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ  ଅତିରିକ୍ତ ଜିଲ୍ଲାପାଳ, ତପନ କୁମାର ନାଏକ,ଜ଼ିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର.ପ୍ରବେଶନାରି ଆଇଏଏସ  ସନ୍ତୋଷ କୁମାର ପାତ୍ର.  ଡିଏଫଓ କେ ଭି ଭାସ୍କର ରାଓ. ଭାରପ୍ରାପ୍ତ ସ୍ୱାସ୍ଥ୍ୟ ଅଧିକାରୀ ମୁକ୍ତି କାନ୍ଥ ଖଟୁଆ. ପୌର ପରିଷଦ ନିର୍ବାହୀ ଅଧିକାରୀ  ଜ୍ଞାନଜିତ ତ୍ରିପାଠୀ. କୋରାପୁଟ ବିଡିଓ ଦେବାଶିଷ ଗୌଡ଼,ବ୍ଲକ ଅଧ୍ୟକ୍ଷା ନମିତା ମାଝୀ ସହକାରୀ ଜିଲ୍ଲାପାଳ, ତହସିଲଦାର, , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଜ୍ୟୋତ୍ସ୍ନା ରାଣୀ ପାଢ଼ୀ, ସିଡିପିଓ  ସାବିତ୍ରୀ ସାହୁ.ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *