୧୩/୦୯/୨୦୨୫ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

Spread the love

କୋରାପୁଟ,ଜୟପୁର, ୪/୯ ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଧେଶକ୍ରମେ ଆସନ୍ତା ତା-୧୩/୦୯/୨୦୨୫ (ଶନିବାର)ରିଖରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, କୋରାପୁଟ-ଜୟପୁର ସମେତ କୋରାପୁଟ, କୋଟପାଡ, ବୋରିଗୁମ୍ମା, ସେମିଲିଗୁଡା, ଦଶମନ୍ତପୁର, ଲମତାପୁଟ ଏବଂ ଲକ୍ଷ୍ମୀପୁରରେ ଥିବା ସମସ୍ତ କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମକଦ୍ଦମା ଯଥା ଦେୱାନୀ, ଫୌଜଦାରୀ (ସାଲିସ ଯୋଗ୍ୟ ) ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ , ବ୍ୟାଙ୍କ ଋଣ , ବିଦ୍ୟୁତ ଓ ଜଳ ଯୋଗାଣ , ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ଓ ନିଯୁକ୍ତି ବିବାଦ, ଚେକ ବାଉନ୍ସ, ରାଜସ୍ୱ, ଖାଉଟି ବିବାଦ,ଜମି ଅଧିଗ୍ରହଣ, ଚାକିରି ସମନ୍ଧୀୟ ମାମଲା ଇତ୍ୟାଦିର ଆପୋଷ ସହମତିରେ ସମାଧାନ ହେଉଅଛି । କେବଳ ବିଚାରାଧିନ ମକଦ୍ଦମା ନୁହେଁ , ପ୍ରାକ-ମକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇନଥିବା ) ବିବାଦର ମଧ୍ୟ ଲୋକ ଅଦାଲତରେ ସମାଧାନ ହୋଇପାରିବ । ତେଣୁ ଏହି ଲୋକ ଅଦାଲତ ମାଧ୍ୟମରେ ହେଉଥିବା ଉପରକ୍ତ ଜଡିତ ସମସ୍ତ ମକଦ୍ଦମାର ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ନିକଟସ୍ତ ଅଦାଲତରେ କାର୍ଯ୍ୟରତ ଥିବା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଜୟପୁର ବା ଜିଲ୍ଲାର ୦୭ ଗୋଟି ତାଲୁକ ଲିଗାଲ ଆଇନ ସେବା କାର୍ଯ୍ୟ।ଳୟ ସହ ତୁରନ୍ତ ଯୋଗାଯୋଗ କରନ୍ତୁ ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *