କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀଙ୍କ କୋରାପୁଟ ଜିଲ୍ଲା ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ l

Spread the love

କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀଙ୍କ କୋରାପୁଟ ଜିଲ୍ଲା ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ କୋରାପୁଟ :ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭାଗୃହ ଠାରେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁକାନ୍ତ ମଜୁମଦାର କେନ୍ଦ୍ରୀୟ ସ୍କିମ ଓ ଆକାଂକ୍ଷା ଜିଲ୍ଲା କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ ଯୋଗଦେଇ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ରୀୟ ସ୍କିମ ଓ ଆକାଂକ୍ଷା ଜିଲ୍ଲା କାର୍ଯ୍ୟକ୍ରମର ବିସ୍ତୃତ ଭାବେ ଆଲୋକପାତ କରିଥିଲେ।ସରକାରୀ କର୍ମଚାରୀ ମାନେ ନିଷ୍ଠା ଓ ଆନ୍ତରିକତାର ସହ ଲୋକଙ୍କ ପାଇଁ କାର୍ଯ୍ୟ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହି ସମୀକ୍ଷା ବୈଠକରେ କୋରାପୁଟ ବିଧାୟକ ରଘୁରାମ ମାଛ, କୋଟପାଡ଼ ବିଧାୟକ ରୂପୂ ଭତ୍ରା, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା, ଅତିରିକ୍ତ ଜିଲ୍ଲାପାଳ ଆଲମଣି ସେଠୀ, ଏବଂ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ ବେଣୁଧର ଶବର, ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଅଧିକ୍ଷକ ଡ.ସୁଶାନ୍ତ କୁମାର ସାହୁ,ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପନିର୍ଦ୍ଦେଶକ ସୁର୍ଯ୍ୟକାନ୍ତ ବେହେରା, ଜିଲ୍ଲା ମୂଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ବରଦା କାନ୍ତ ମିଶ୍ରଙ୍କ ସହ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। ସେମିଳିଗୁଡା ବ୍ଲକ ଅନ୍ତର୍ଗତ ରାଜପୁଟ ମିଲେଟ୍ ପ୍ରକ୍ରିୟା କରଣ ୟୁନିଟକୁ ମନ୍ତ୍ରୀ ଶ୍ରୀ ମଜୁମଦାର ଯାଇ ପରିଦର୍ଶନ କରିବା ସହ ମହିଳା ଗୋଷ୍ଠୀ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ସେମିଳିଗୁଡା ବ୍ଲକ ଅନ୍ତର୍ଗତ ଲୁଙ୍ଗୁରୀ ଅଙ୍ଗନୱାଡ଼ି କେନ୍ଦ୍ରକୁ ଯାଇ ହିତାଧିକାରୀଙ୍କ ସହ ଆଲୋଚନା କରିଥିଲେ।ପରେ ସେ ଦାମନଯୋଡି ମାଲୁ ସାଉନ୍ତା ବିଦ୍ୟାଳୟକୁ ଯାଇ ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ସହ ଆଲୋଚନା କରିଥିଲେ।

ଛାତ୍ରଛାତ୍ରୀ ମାନଙ୍କ ସହ ମନ୍ତ୍ରୀ ଶ୍ରୀ ମଜୁମଦାର ମଧ୍ୟାହ୍ନ ଭୋଜନ ଖାଇ ସନ୍ତୋଷ ବ୍ୟକ୍ତ କରିଥିଲେ।କୋରାପୁଟ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଗ୍ରାମୀଣ ସଡ଼କ ଯୋଜନାରେ ବହୁତ ଭଲ କାମ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ମଜୁମଦାର ଗଣମାଧ୍ୟମ ନିକଟରେ ପ୍ରକାଶ କରିଥିଲେ। ଜଳସେଚନରେ ବହୁତ୍ ଭଲ କାମ ହୋଇଛି କିନ୍ତୁ କ୍ଷୁଦ୍ର ଜଳସେଚନରେ ସୁଧାର ଅଣାଯିବ ବୋଲି ସେ କହିଛନ୍ତି।କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ,କୋରାପୁଟ, ଲକ୍ଷ୍ମୀପୁର ଓ କୋଟପାଡ଼ ବିଧାୟକଙ୍କ ସହ କୋରାପୁଟ ଉପ ଜିଲ୍ଲାପାଳ ବେଣୁଧର ଶବର, କୋରାପୁଟ ବିଡ଼ିଓ ଦେବାଶିଷ ଗୌଡ଼,ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି, ମାଲୁ ସାଉନ୍ତା ସ୍କୁଲ ପ୍ରଧାନଶିକ୍ଷକ ରଶ୍ମିରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *