ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ, ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର l

Spread the love

ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ, ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର : ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ । ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର । ଏ ନେଇ ଲିଷ୍ଟ ସହ ଡୋର-ଟୁ-ଡୋର ବୁଲି ଭେରିଫିକେସନ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଫିଜିକାଲ ଭେରିଫିକେସନ ପରେ ନିଷ୍ପତ୍ତି ନିଆଯିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ଆସୁଛି ଯେଉଁମାନେ ଆୟକର ଫାଇଲ କରୁଛନ୍ତି କାର୍ଡ କଟି ଯାଉଛି । କିନ୍ତୁ କାହାର କାର୍ଡ କାଟିବନି । ଲିଷ୍ଟ ଅଧିକାରୀମାନଙ୍କ ପାଖକୁ ଯାଇଛି । ସେମାନେ ଡୋର-ଟୁ-ଡୋର ବୁଲି ଦେଖିବେ । କାହାର ଆୟ କେତେ ତାପରେ କାର୍ଡ କଟିବ କି ନାହିଁ ବିଚାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି କାହାର କାର୍ଡ କାଟନ୍ତୁ ନାହିଁ କି ଚାଉଳ ବନ୍ଦ କରନ୍ତୁ ନାହିଁ । ପ୍ରକୃତରେ ଯିଏ ଗରିବ ଥିବ କାର୍ଡ ରହିବ । ଧନୀ ଲୋକ ହାତେଇ ଥିଲେ କଟିବ । ଆଦୌ ବ୍ୟସ୍ତ ହୁଅନ୍ତି ନାହିଁ ବୋଲି ମନ୍ତ୍ରୀ କହିଛନ୍ତି । ଯଦି କଟିଛି ବିଭାଗକୁ ଜଣାନ୍ତୁ ବୋଲି ମନ୍ତ୍ରୀ ଅପିଲ କରିଛନ୍ତି । ତଦନ୍ତ କରି ସେମାନଙ୍କୁ ସାମିଲ କରାଯିବ । ଗ୍ରାମାଞ୍ଚଳରେ ମାସିକ ୧୦ ହଜାର ଏବଂ ସହରାଞ୍ଚଳରେ ୧୫ ହଜାର ଆୟ ଥିଲେ କାର୍ଡ କଟିବାକୁ ନିର୍ଦ୍ଦେଶ ଆସିଛି । ଯେଉଁମାନେ ପ୍ରକୃତରେ ଗରିବ ସେମାନଙ୍କର କାର୍ଡ ରହୁ । ସେଥିପାଇଁ ଫିଜିକାଲ ଭେରିଫିକେସନ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *