ପ୍ରବଳ ଖରା ପାଇଁ ଏହି ସମୟରେ ମିଳିବ ରାସନ ସାମଗ୍ରୀ

Spread the love

ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ପିଡ଼ିଏସ ସାମଗ୍ରୀ ସକାଳ ୭ ଘଟିକାରୁ ୧୦ ଘଟିକା ଏବଂ ସନ୍ଧ୍ୟା ୫ ଘଟିକାରୁ ୮ ଘଟିକା ମଧ୍ୟରେ ବଣ୍ଟନ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଏ ନେଇ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ଏଥିସହ ଖରା ଦାଉରୁ ରକ୍ଷା ପାଇବା ପାଇଁ ହିତାଧିକାରୀମାନଙ୍କ ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଗୁଡିକରେ ଅସ୍ଥାୟୀ ଆଶ୍ରୟସ୍ଥଳୀ, ପାନୀୟ ଜଳ, ଓଆରଏସ ମହଜୁଦ ରଖିବା ଭଳି ବ୍ୟାପକ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ମଧ୍ୟ ଦିଆଯାଇଛି ।

ସେହିଭଳି ଚାଉଳ ଉଠାଣ ଓ ବିତରଣ କେନ୍ଦ୍ର ଗୁଡିକରେ ନିୟୋଜିତ ଶ୍ରମିକମାନଙ୍କ ପାଇଁ ପାନୀୟ ଜଳ ଓ ଓଆରଏସ ବ୍ୟବସ୍ଥା କରିବାକୁ କୁହାଯାଇଛି । ହିତାଧିକାରୀ ଏବଂ ନିୟୋଜିତ ଶ୍ରମିକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଏବଂ ଚାଉଳ ବିତରଣ କେନ୍ଦ୍ର ଗୁଡିକରେ ଆବଶ୍ୟକୀୟ ସୂଚନା ପତ୍ର ବଣ୍ଟନ ଓ ପୋଷ୍ଟର ଲଗାଇବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏତଦବ୍ୟତୀତ ପ୍ରସ୍ତୁତି ପୂର୍ବକ ସଜାଗ ରହି କାର୍ଯ୍ୟ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସମସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *