୪ ହାର୍ଡକୋର ନକ୍ସଲ ସହ ୧୮ ନକ୍ସଲଙ୍କ ଆତ୍ମସମର୍ପଣ

Spread the love



ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୪ ହାର୍ଡକୋର ନକ୍ସଲ ସମେତ ୧୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଦୁଇ ନକ୍ସଲ ନାମରେ ୮ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରହିଥିବା ବେଳେ ମୋଟ ୩୯ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ସୁକମା ଏସପି କିରଣ ଚୌହାନଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରି ବାକି ଜୀବନ ଖୁସିରେ କଟାଇବାକୁ ଇଚ୍ଛା ପ୍ରକଟ କରିଛନ୍ତି। ଏହି ନକ୍ସଲମାନେ ସୁକମା ଏବଂ ବିଜାପୁର ଜିଲ୍ଲା ସୀମାନ୍ତରେ ବହୁ ଅଘଟଣ ଘଟାଇଥିବା ପୁଲିସ କହିଛି।
ସରକାରଙ୍କ ତରଫରୁ ସମସ୍ତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି। ସେମାନଙ୍କୁ ଆଗାମୀ ଦିନରେ ଆତ୍ମନିର୍ଭରଶୀଳ କରାଯିବ ବୋଲି ପୁଲିସ କହିଛି। ପୁଲିସର ଲଗାତାର ଅପରେସନ ଏବଂ ଏନକାଉଣ୍ଟରରେ ଭୟଭୀତ ହୋଇ ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ସ୍ୱୀକାର କରିଛନ୍ତି।ପୁଲିସ ଏହି ନକ୍ସଲମାନଙ୍କଠାରୁ ବହୁ ତଥ୍ୟ ହାସଲ କରିପାରିବ ବୋଲି ଜଣାପଡ଼ିଛି।

.

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *