ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ଆସନ୍ତାକାଲି

Spread the love

ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ଆସନ୍ତାକାଲି

ଭୁବନେଶ୍ବର, ୨୩/୧୧: ଆସନ୍ତା ନଭେମ୍ବର ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବାକୁ ଯାଉଛି। ଏହି ପର୍ଯ୍ୟାୟରେ ପ୍ରାୟ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।ଯେଉଁମାନଙ୍କ ଆବେଦନ ଖାରଜ ହୋଇଯାଇଛି, ସେମାନଙ୍କ ଆବେଦନଗୁଡିକୁ ପୁନଃ ଯାଞ୍ଚ କରାଯିବ। ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ୧ କୋଟି ହିତାଧିକାରୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଅନ୍ୟାନ୍ୟ କାରଣରୁ ବାଦ୍ ପଡ଼ିଥିବା ବାକି ହିତାଧିକାରୀଙ୍କୁ ମଧ୍ୟ ବ୍ଲକସ୍ତରରେ ରିପୋର୍ଟ ଯାଞ୍ଚ କରିବା ପରେ ଏହି ଯୋଜନାରେ ସାମିଲ କରାଯିବ। ଏହି ହିତାଧିକାରୀଙ୍କ ବ୍ୟତୀତ ଆସନ୍ତାକାଲି ତୃତୀୟ ପର୍ଯ୍ୟାୟରେ ସମସ୍ତ ଅଙ୍ଗନବାଡ଼ି କର୍ମୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ।

Oplus_131072
  • Related Posts

    ଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧା

    Spread the love

    Spread the loveଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧ ଜୟପୁର ୧୩/୮  ଜୟପୁର ସହରର ମେନରୋଡ଼ କିମ୍ବା ଅନ୍ୟାନ୍ୟ ପଥଧାରରେ ପରିବା ବିକ୍ରି କରୁଥିବା ଅନେକ ଆଦିବାସୀ ନାରୀମାନେ ପ୍ରକୃତରେ ଗାଁରେ ଚାଷିତ…

    କେନ୍ଦୁପତ୍ର ଟ୍ରକ୍ ଯୋଗୁଁ କୋଲାବ ବ୍ରିଜ୍‌ରେ ଟ୍ରାଫିକ୍ ସମସ୍ୟା

    Spread the love

    Spread the loveଜୟପୁର/ବୈପାରିଗୁଡ଼ା, ୪/୮ କେନ୍ଦୁପତ୍ର ବୋଝେଇ ଟ୍ରକ୍ ଯୋଗୁଁ ବୈପାରିଗୁଡ଼ା ଅଞ୍ଚଳର କୋଟା ଛକ ନିକଟସ୍ଥ ସ୍ବଲପୁର କୋଲାବ ବ୍ରିଜ୍‌ରେ ଦୈନିକ ଟ୍ରାଫିକ୍ ସମସ୍ୟା ଜନ୍ମ ନେଉଛି। ଅଭିଯୋଗ ଅନୁଯାୟୀ, ମାଲକାନଗିରି ଜିଲ୍ଲାରୁ ଆସୁଥିବା ଏହି ଟ୍ରକ୍‌ଗୁଡିକ ନିୟମ ଉଲ୍ଲଂଘନ…

    Leave a Reply

    Your email address will not be published. Required fields are marked *