ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ ।

Spread the love



ଭୁବନେଶ୍ବରରେ, ଦିଲ୍ଲୀରୁ ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି ।

ରାଜଧାନୀର ବିଭିନ୍ନ ସ୍ଥାନରେ ଲାଗିଛି ରାହୁଲଙ୍କ ପୋଷ୍ଟର, ହୋଡିଂ ଓ ବ୍ୟାନର । ବିମାନବନ୍ଦର ଛକରୁ ଜୟଦେବବିହାର ଛକ ଯାଏଁ ରାହୁଲ ରୋଡ୍ ସୋ’ । ଏହାପରେ ବରମୁଣ୍ଡା ପଡ଼ିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗଦେବେ ।

ଦେଶ ଓ ରାଜ୍ୟ ରାଜନୀତି ଉପରେ କଣ କହିବେ ତା ଉପରେ ନଜର ରହିବ । ସଭା ସରିବା ପରେ ଚାଷୀଙ୍କ ଦୁଇ ପ୍ରତିନିଧି ଦଳକୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ଣ ୩ଟାରେ କଂଗ୍ରେସ ଭବନରେ ବସିବ ବଡ଼ ବୈଠକ । ରାଜନୈତିକ ବ୍ୟାପାର କମିଟି ପରେ ବିଧାୟକ ଓ ପିସିସି କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ ରାହୁଲ । ରାହୁଲଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *