ନବରଙ୍ଗପୁର ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ l

Spread the love

ନବରଙ୍ଗପୁର ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ନବରଙ୍ଗପୁର ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ସହଭାଗିତରେ ବିନୋଦ ଝା ପ୍ରେକ୍ଷାଳୟରେ ଜାତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡି. ଗୋବିନ୍ଦା ରାଓଙ୍କ ନେତୃତ୍ୱରେ ଦର୍ଶନ ଶାସ୍ତ୍ର ବିଭାଗ ମୁଖ୍ୟ ଶ୍ରୀ ଶମ୍ଭୁ ପ୍ରସାଦ ହୋତା ଛାତ୍ରଛାତ୍ରୀ ଓ କର୍ମଚାରୀମାନଙ୍କ ମଧ୍ୟରେ ସମ୍ବିଧାନ ପାଠର ଶପଥ କରାଇବା ସହିତ ଭାରତୀୟ ସମ୍ବିଧାନର ଗୁରୁତ୍ୱ ଓ ବିଶ୍ୱରେ ରହିଥିବା ଏହାର ମର୍ଯ୍ୟାଦା ଉପରେ ଆଲୋକପାତ କରିଥିଲେ ।

ସମ୍ବିଧାନ ଦିବସ ଅବସରରେ ଆୟୋଜିତ ଆଲୋଚନା ଚକ୍ରକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡି. ଗୋବିନ୍ଦା ରାଓ ଉଦଘାଟନ କରିବା ସହିତ ସମ୍ବିଧାନରେ ନିହିତ ସମସ୍ତ ନୀତି ଆଦର୍ଶକୁ ପ୍ରତିପାଳନ କରିବା ପାଇଁ ପରାମର୍ଶ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ବିଜୟ କୁମାର ମିଶ୍ର ଯୋଗଦେଇ ସମ୍ବିଧାନ ପ୍ରଣୟନର ଐତିହାସିକ ପୃଷ୍ଠଭୂମି ଏବଂ ଏହାର ମୂଲ୍ୟବୋଧ ସମ୍ପର୍କରେ ଚର୍ଚ୍ଚା କରିବା ସହିତ ବର୍ତ୍ତମାନ ସମୟରେ ତା’ର ଆବଶ୍ୟକତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଶ୍ରୀମତୀ ନିର୍ମଳା ହିକକା ଅତିଥିମାନଙ୍କ ପରିଚୟ ପ୍ରଦାନ ପୂର୍ବକ ସ୍ବାଗତ ଅଭିଭାଷଣ ଦେଇ ସମ୍ବିଧାନ ଦିବସର ମହତ୍ତ୍ଵ ସମ୍ପର୍କରେ ଆଲୋଚନା କରିବା ସହିତ ମଞ୍ଚ ପରିଚାଳନା କରିଥିଲେ । ରାଜନୀତି ବିଜ୍ଞାନ ବିଭାଗ ଅଧ୍ୟାପକ ଶ୍ରୀ ପ୍ରଦୀପ୍ତ କୁମାର ଦାସ ଛାତ୍ରଛାତ୍ରୀମାନଙ୍କୁ ସମ୍ବିଧାନରେ ପ୍ରଦାନ କରାଯାଇଥିବା ବିଭିନ୍ନ ଅଧିକାର ଓ କର୍ତ୍ତବ୍ୟ ବିଷୟରେ ଆଲୋକପାତ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗର ଅନ୍ୟତମ ଅତିଥି ଶ୍ରୀ ହରିଶ ଚନ୍ଦ୍ର ଶବର ସାମ୍ବିଧାନିକ ନିୟମ ପ୍ରତି ସଚେତନ ରହିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେବା ସହିତ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସଫଳ କରିଥିବା ମହାବିଦ୍ୟାଳୟ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।ସମ୍ବିଧାନ ଦିବସ ପାଳନ ଅବସରରେ ମହାବିଦ୍ୟାଳୟରେ ପୂର୍ବରୁ ଆୟୋଜିତ ହୋଇଥିବା କୁଇଜ୍ ,ପ୍ରବନ୍ଧ ଲିଖନ ଓ ବିତର୍କ ପ୍ରତିଯୋଗିତାରେ ବିଜୟୀ ହୋଇଥିବା ଛାତ୍ର ଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ଅତିଥିମାନଙ୍କ ଦ୍ଵାରା ପ୍ରମାଣ ପତ୍ର ପ୍ରଦାନ ପୂର୍ବକ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା । ପ୍ରକୃତରେ ସମ୍ବିଧାନ ଦିବସ ପାଳନ କରିବା ଦ୍ୱାରା ଛାତ୍ରଛାତ୍ରୀଙ୍କ ଭିତରେ ସଚେତନତା ସୃଷ୍ଟି କରିବା ସହ ଆଗାମୀ ଦିନରେ ଏକ ସୁଦୃଢ଼ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ସହାୟକ ହୋଇପାରିବ ବୋଲି ସାମୂହିକ ମତପ୍ରକାଶ ପାଇଥିଲା ।

  • Related Posts

    ଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧା

    Spread the love

    Spread the loveଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧ ଜୟପୁର ୧୩/୮  ଜୟପୁର ସହରର ମେନରୋଡ଼ କିମ୍ବା ଅନ୍ୟାନ୍ୟ ପଥଧାରରେ ପରିବା ବିକ୍ରି କରୁଥିବା ଅନେକ ଆଦିବାସୀ ନାରୀମାନେ ପ୍ରକୃତରେ ଗାଁରେ ଚାଷିତ…

    କେନ୍ଦୁପତ୍ର ଟ୍ରକ୍ ଯୋଗୁଁ କୋଲାବ ବ୍ରିଜ୍‌ରେ ଟ୍ରାଫିକ୍ ସମସ୍ୟା

    Spread the love

    Spread the loveଜୟପୁର/ବୈପାରିଗୁଡ଼ା, ୪/୮ କେନ୍ଦୁପତ୍ର ବୋଝେଇ ଟ୍ରକ୍ ଯୋଗୁଁ ବୈପାରିଗୁଡ଼ା ଅଞ୍ଚଳର କୋଟା ଛକ ନିକଟସ୍ଥ ସ୍ବଲପୁର କୋଲାବ ବ୍ରିଜ୍‌ରେ ଦୈନିକ ଟ୍ରାଫିକ୍ ସମସ୍ୟା ଜନ୍ମ ନେଉଛି। ଅଭିଯୋଗ ଅନୁଯାୟୀ, ମାଲକାନଗିରି ଜିଲ୍ଲାରୁ ଆସୁଥିବା ଏହି ଟ୍ରକ୍‌ଗୁଡିକ ନିୟମ ଉଲ୍ଲଂଘନ…

    Leave a Reply

    Your email address will not be published. Required fields are marked *