ଜୟପୁରରେ ସଫ୍ଟୱେର ଟେକ୍ନୋଲୋଜି ପାର୍କସ ଅଫ ଇଣ୍ଡିଆ କେନ୍ଦ୍ର ଉଦଘାଟିତ ।

Spread the love

ଜୟପୁରରେ ସଫ୍ଟୱେର ଟେକ୍ନୋଲୋଜି ପାର୍କସ ଅଫ ଇଣ୍ଡିଆ କେନ୍ଦ୍ର ଉଦଘାଟିତ ।

କୋରାପୁଟ:କୋରାପୁଟ ଜିଲ୍ଲାର ଜୟପୁର ସ୍ଥିତ ଉମୁରୀ ଠାରେ ସଫ୍ଟୱେର ଟେକ୍ନୋଲୋଜି ପାର୍କସ ଅଫ ଇଣ୍ଡିଆ କେନ୍ଦ୍ର ଉଦଘାଟିତ ହୋଇଯାଇଛି। କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଓଡ଼ିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି,ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ “ଉତ୍କର୍ଷ ଓଡ଼ିଶା: ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫”, ଜନତା ମୈଦାନ ଭୁବନେଶ୍ବରରେ ଉଦଘଟାନ କରିଥିଲେ ।ଓଡ଼ିଶାରୁ ଭଦ୍ୟୋଗ ଓ ଆଇଟି ରପ୍ତାନୀକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ କୋରାପୁଟ ଜିଲ୍ଲାରେ ସଫ୍ଟୱେର ଟେକନୋଲୋଜି ପାର୍କସ ଓଫ ଇଣ୍ଡିଆ କେନ୍ଦ୍ର ସ୍ଥାପନ କରାଯାଇଛି। ଜୟପୁର ଠାରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ୍,ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଜୟପୁର ଉପ ଜିଲ୍ଲାପାଳ ଆକାଭରମ ଶସ୍ୟା ରେଡ୍ଡୀ,ଜୟପୁର ପୌରାଧ୍ୟକ୍ଷ ନରେନ୍ଦ୍ର କୁମାର ମହାନ୍ତି, ଏସଟିପିଆଇର ମହାନିର୍ଦ୍ଦେଶକ ଅରବିନ୍ଦ କୁମାର,ଏସଟିପିଆଇର ନିର୍ଦ୍ଦେଶକ ସୂର୍ଯ୍ୟ କୁମାର ପଟ୍ଟନାୟକ,ଡେପ୍ୟୁଟି ଡାଇରେକ୍ଟର ସୁଶୀଲ ସେଠୀ, ଜୟପୂର ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀମତୀ ଯୋଶୋଦା ଗାଦବା ପ୍ରମୁଖ ଉପସ୍ଥିତ ଥିଲେ। ଏସଟିପିଆଇ କେନ୍ଦ୍ର ନିର୍ମାଣ ପାଇଁ ଓଡ଼ିଶା ସରକାର ୨.୮୦ ଏକର ଜମି ଆବଣ୍ଟନ କରିବା ସହ ସରକାରୀ ଅନୁଦାନ ପ୍ରଦାନ କରିଥିବା ଜଣାପଡ଼ିଛି।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *