ଏସଆଇଙ୍କୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା।

Spread the love

ଯାଜପୁର, ୦୧/୦୨: ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ପୁଲିସ ସବ୍ ଇନ୍ସପେକ୍ଟର ଅଭୟ କୁମାର ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ।

ସୂଚନା ଅନୁଯାୟୀ, ଅଭୟ ନାୟକ ଜଣେ ବ୍ୟକ୍ତିଙ୍କ ପାରିବାରିକ ସମସ୍ୟାର ସମାଧାନ ପାଇଁ ପୂର୍ବରୁ ୧୦୦୦ ଟଙ୍କା ନେଇଥିଲେ। ପରେ ପୁଣି ଆଉ ୪,୦୦୦ ଟଙ୍କା ମାଗିଥିଲେ। ଏଣୁ ଅଭିଯୋଗକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଏ ନେଇ ଆଜି ଭିଜିଲାନ୍ସ ପକ୍ଷରୁ ଅଭିଯୁକ୍ତ ଅଭୟ ନାୟକଙ୍କୁ ଧରିବା ପାଇଁ ଜାଲ ବିଛା ଯାଇଥିଲା। ଅଭିଯୁକ୍ତ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *